୮ଟି ଭିନ୍ନ ଭିନ୍ନ ବିଭାଗର ମୋଟ ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର

ଭୁବନେଶ୍ୱର, ୧/୦୭: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକର ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ଏହି ବୈଠକରେ ୮ଟି ଭିନ୍ନ ଭିନ୍ନ ବିଭାଗର ମୋଟ ୧୨ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ସେଗୁଡ଼ିକୁ ଅନୁମୋଦନ କରାଯାଇଛି ।

ଏହାପରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଭେଟି କ୍ୟାବିନେଟ୍‌ରେ ଗ୍ରହଣ କରାଯାଇଥିବା ଅବଶିଷ୍ଟ ୧୧ଟି ଅନୁମୋଦିତ ପ୍ରସ୍ତାବ ସମ୍ପର୍କରେ ସୂଚନା ଦେଇଥିଲେ । ଏହି ମଞ୍ଜୁରୀପ୍ରାପ୍ତ ପ୍ରସ୍ତାବଗୁଡ଼ିକ ମଧ୍ୟରେ ଜଳସମ୍ପଦ ବିଭାଗର ସର୍ବାଧିକ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ମିଳିଥିବା ବେଳେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ୨ଟି ଏବଂ ନିର୍ମାଣ ବିଭାଗର ୨ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ସେହିପରି ଉଚ୍ଚଶିକ୍ଷା ବିଭାଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଗୋଟିଏ ଲେଖାଏଁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ ରାଜ୍ୟ ମନ୍ତ୍ରୀମଣ୍ଡଳ ପକ୍ଷରୁ ସ୍ୱୀକୃତି ପ୍ରଦାନ କରାଯାଇଛି । ବିଭିନ୍ନ ବିଭାଗର ଏହି ପ୍ରସ୍ତାବଗୁଡ଼ିକ ଓଡ଼ିଶାର ଶିକ୍ଷା, କୃଷି, ଚାଷୀ ଓ ଜଳସେଚନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ ।

Leave a Reply

Your email address will not be published. Required fields are marked *