ମେ’ ମାସ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର,୩/୦୫: ମେ’ ମାସ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ମେ’ ୧ ସୁଦ୍ଧା ଖାତା ଦେଖା ଶେଷ ହୋଇଛି । ଖାତା ଦେଖା ସରିଥିବା ବେଳେ ନିର୍ଦ୍ଦିଷ୍ଟ ଭାବେ କେବେ ରେଜଲ୍ଟ ବାହାରିବ ଶୀଘ୍ର ଜଣାଇ ଦିଆଯିବ । ତେବେ ଆସନ୍ତା ୬ରେ ଯୁକ୍ତ ଦୁଇ ରେଜଲ୍ଟ ବାହାରିବା ନେଇ ଖବର ପ୍ରଚାରିତ ହେବା ସମ୍ପୂର୍ଣ୍ଣ ଗୁଜବ । ଖୁବଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ଆସନ୍ତା ୬ ତାରିଖ ସମୟ ୧୦ଟା ବେଳେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବା ନେଇ ଏକ ନୋଟିସ୍ ସାମ୍ନାକୁ ଆସିଥିଲା । ଏହାକୁ ନେଇ ପରୀକ୍ଷାର୍ଥୀ ଦ୍ୱନ୍ଦରେ ରହିଥିଲେ । ତେବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସ୍ପଷ୍ଟ କରିଛି ଯେ, ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ କୌଣସି ତାରିଖ CHSE ପକ୍ଷରୁ ପ୍ରକାଶ କରାଯାଇନି । ଏହା ଏକ ଗୁଜବ ।  ଚଳିତ ମାସ ତୃତୀୟ ସପ୍ତାହ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ।

Leave a Reply

Your email address will not be published. Required fields are marked *