ଚାଷୀଙ୍କ ଆକାଉଣ୍ଟକୁ ସିଏମ କିଷାନ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୦୪: ଆଜି ହେଉଛି ଅକ୍ଷୟ ତୃତୀୟା। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ହୋଇଛି । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି, ସରକାର ସବୁ ବେଳେ ଚାଷୀଙ୍କ ହିତସାଧନ ଲାଗି ପ୍ରୟାସରତ। ଗୋଟିଏ କ୍ଲିକରେ ୫୦ ଲକ୍ଷ ୧୬ ହଜାର ଚାଷୀଙ୍କ ଆକାଉଣ୍ଟକୁ ଗଲା ୧୦୨୫ କୋଟି ଟଙ୍କା । ଚଳିତ ଥର ପ୍ରଥମ ଥର ପାଇଁ ୨୫ ହଜାର ସହରାଞ୍ଚଳ ଚାଷୀଙ୍କୁ ସିଏମ କିସାନରେ ସାମିଲ କରିଛନ୍ତି ସରକାର । ୧ ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଖାତାକୁ ପଠାଗଲା । ଅକ୍ଷୟ ତୃତୀୟା ଉପଲକ୍ଷେ ଅଖୀ ମୁଠି ଅନୁକୂଳ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କ ଖାତାକୁ ସିଏମ କିଷାନ ଟଙ୍କା ପଠାଇଛନ୍ତି।