ପର୍ଯ୍ୟଟକଙ୍କ ତିନି ମାସ ପାଇଁ ବନ୍ଦ ରହିବ ଭିତରକନିକା

ଭୁବନେଶ୍ୱର,୧/୦୫: ପର୍ଯ୍ୟଟକଙ୍କ ତିନି ମାସ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ କେନ୍ଦ୍ରାପଡ଼ାର ଭିତରକନିକା ବନ୍ଦ ରହିବ। ଏହି ସମୟରେ ବଉଳା କୁମ୍ଭୀରମାନଙ୍କ ପ୍ରଜନନ ଋତୁ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ବନ ବିଭାଗ ଏହି ନିଷ୍ପତ୍ତି ନେଇଛି। ପ୍ରଜନନ ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ଥାଏ । ସୁରକ୍ଷା ଦୃଷ୍ଟିରୁ ଏହି ୩ ମାସ ପର୍ଯ୍ୟଟକମାନଙ୍କୁ ଭିତରକନିକାକୁ ଯିବାକୁ ବନବିଭାଗ ବାରଣ କରିଥାଏ । ଏହି ସମୟରେ କୁମ୍ଭୀର ଆକ୍ରମଣ କରିବାର ସମ୍ଭାବନା ଥିବାରୁ ନଦୀକୂଳିଆ ଗ୍ରାମବାସୀମାନଙ୍କୁ ମଧ୍ୟ ନଦୀକୁ ଯିବାକୁ ବାରଣ କରାଯାଏ।

Leave a Reply

Your email address will not be published. Required fields are marked *