ଚାଲିଛି ଘମାଘୋଟ ଯୁଦ୍ଧ, ସବୁ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୦/୦୩: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଛି ଘମାଘୋଟ ଯୁଦ୍ଧ। ଯୁଦ୍ଧ ଭିତରେ ଆସିଛି ବଡ଼ ଖବର। ସବୁ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ରାଜ୍ୟରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । କେହିବି ମୁଖ୍ୟାଳୟ ଛାଡି ଯାଇପାରିବେ ନାହିଁ । ଛୁଟିରେ ଥିଲେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ରହିଛି । ଛୁଟି ବାତିଲ ନେଇ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ସଚିବ । ସୀମାରେ ଯୁଦ୍ଧ ଚାଲିଥିବା ବେଳେ କେଉଁ ସମୟରେ କିଛି ବି ହୋଇପାରେ, ଏହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

Leave a Reply

Your email address will not be published. Required fields are marked *