ଭୁବନେଶ୍ୱର, ୨୦/୦୫: ରାଜ୍ୟରେ ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ମେ’ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ମେ’ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ । ରାଜ୍ୟରେ ବର୍ତ୍ତମାନ ଗରମ ଗୁଳୁଗୁଳି ଜାରି ରହିଛି । ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତିରେ ଗରମ ଗୁଳୁଗୁଳିକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୩ ମେ’ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗିରହିବା ନେଇ ସୂଚନା ରହିଛି ।