ଭୁବନେଶ୍ୱର, ୨୧/୦୫: ପଞ୍ଚାୟତ ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଜୁନ୍ ୨୩ରେ ପଞ୍ଚାୟତ ଉପ-ନିର୍ବାଚନ ହେବ । ୪୩ ସରପଞ୍ଚ ଓ ୨୭୨ ୱାର୍ଡ ସଭ୍ୟ ପାଇଁ ଉପ-ନିର୍ବାଚନ କରାଯିବ । ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ନୋଟିସ୍ ଜାରି ହେବ । ଆସନ୍ତା ୨୬, ୨୮, ୨୯, ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହେବ । ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ । ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ । ଆସନ୍ତା ଜୁନ୍ ୪ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ତାପରେ ପଞ୍ଚାୟତ ଅଫିସରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ । ୨୪ ତାରିଖ ସକାଳ ୮ ଟାରୁ ବ୍ଳକ ଅଫିସରେ ଭୋଟ ଗଣତି ହେବ ।