ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୬/୦୫: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା । ବର୍ଷା ନେଇ ସୋମବାର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆଗାମୀ ୭ ଦିନ ଯାଏଁ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କତା ଜାରି ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ୧୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ଝଟକା ପବନ ବହିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏଁ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *