ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଦୋଷୀ ସାବ୍ୟସ୍ତ ହେଲେ ପୁଞ୍ଜିଲାଲ

ଭୁବନେଶ୍ୱର,୨୮/୦୫: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଏହି ମାମଲାରେ ୭ ବର୍ଷ ପରେ ପ୍ରକାଶ ପାଇଛି ରାୟ । ଦୋଷୀ ସାବ୍ୟସ୍ତ ହେଲେ ପୁଞ୍ଜିଲାଲ ମେହେର । ଦୋଷୀ ସାବ୍ୟସ୍ତ କଲେ ପାଟଣାଗଡ଼ ଏଡିଜେ କୋର୍ଟ ।ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ପାଟଣାଗଡ଼ ଅତିରିକ୍ତ ଜିଲା ଦୌରାଜଜ୍। ମୃତ୍ୟୁ ଯାଏ ସେ ଜେଲରେ ରହିବେ ବୋଲି ସରକାରୀ ଓକିଲ କହିଛନ୍ତି। ଏହାଛଡ଼ା ତାଙ୍କୁ ୫୦ ହଜାର ଟଙ୍କାର ଜରିମାନା ବି କରାଯାଇଛି। ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ରାୟ ଶୁଣାଇଛନ୍ତି ପାଟଣାଗଡ଼ ଏଡିଜେ କୋର୍ଟ ।

୨୦୧୮ ଫେବ୍ରୁଆରି ୨୩ ତାରିଖରେ ପାଟଣାଗଡ଼ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ପୁଅ ବାହାଘରକୁ ଉପହାର ଆକାରରେ ଆସିଥିବା ପାର୍ସଲ ବୋମା ବିସ୍ଫୋରଣରେ ସୌମ୍ୟଶେଖର ଓ ତାଙ୍କ ସମ୍ପର୍କୀୟ ଜେଜେମା’ଙ୍କର ମୃତ୍ୟୁ ଘଟିଥିଲା । ଏଥିରେ ସୌମ୍ୟ ଶେଖରଙ୍କ ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ପାର୍ସଲ ବୋମା ପଠାଇଥିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା ।