ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି, ଏବେ ସୁଦ୍ଧା ୮ ଚିହ୍ନଟ

ଭୁବନେଶ୍ୱର,୩୧/୦୫: ରାଜ୍ୟରେ ପୁଣି ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ । ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ, ରାଜ୍ୟରେ ବି କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ରିପୋର୍ଟରୁ ଜଣାପଡିଛି । ରାଜ୍ୟରେ କୋଭିଡ଼୍‌ ସଂକ୍ରମଣ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ପୂର୍ବରୁ ରାଜ୍ୟରେ ୫ଟି କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨ଟି ମାମଲାକୁ ସ୍ପଷ୍ଟ କରିଛି ସ୍ବାସ୍ଥ୍ୟ ବିଭାଗ । ସେହିପରି ଆଣ୍ଟିଜେନ ପରୀକ୍ଷା ଜରିଆରେ ଆଜି କୋଭିଡ଼୍ ଚିହ୍ନଟ ହୋଇଥିବା ଅନ୍ୟ ଜଣେ ରୋଗୀଙ୍କ ନମୁନା RTPCR ଟେଷ୍ଟ ପାଇଁ ଦିଆଯାଇଛି । ରିପୋର୍ଟ ଆସିବା ପରେ ଏହି ମାମଲାକୁ ସ୍ପଷ୍ଟ କରାଯାଇପାରିବ ।

ତେବେ ପୂର୍ବରୁ ଚିହ୍ନଟ ହୋଇଥିବା ରୋଗୀ ସୁସ୍ଥ ଅଛନ୍ତି । ଏବେ କୋଭିଡ଼୍ ପରିଚାଳନା ଲାଗି କେନ୍ଦ୍ର ସରକାରଙ୍କ ଠାରୁ ନିର୍ଦ୍ଦେଶ ଆସିଛି । ସେହି ହିସାବରେ କୋଭିଡ଼କୁ ପରିଚାଳନା କରାଯାଉଛି । ତେବେ ଏହି ଭରିଆଣ୍ଟ ଅଧିକ କ୍ଷତିକାରକ ହେଉନଥିବାରୁ ଏହାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ । ଲୋକମାନେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ପ୍ରତି ସଚେତନ ରୁହନ୍ତୁ ଓ ସତର୍କ ରୁହନ୍ତୁ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ।

Leave a Reply

Your email address will not be published. Required fields are marked *