ଆଜି ଅନବସରର ଚତୁର୍ଦ୍ଦଶୀ ତିଥି, ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଭୁବନେଶ୍ୱର,୨୪/୦୬: ଆଜି ଅନବସରର ଚତୁର୍ଦ୍ଦଶୀ ତିଥି। ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ଦତ୍ତମହାପାତ୍ର ସେବାୟତ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନଅରରୁ ଖଡ଼ିପ୍ରସାଦ ବିଜେ କରାଯିବ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡ଼ିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୁପା ଥାଳରେ ଆଣି ଗଜପତି ମହାରାଜାଙ୍କୁ ଅର୍ପଣ କରିବେ ।ଏହାପରେ  ଦତ୍ତମହାପାତ୍ର ସେବାୟତମାନେ ବନକଲାଗି କରିବେ। ଏହାପରେ ମହାପ୍ରଭୁ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ସେପଟେ ୩ଦିନ ପରେ ରଥଯାତ୍ରା ଥିବା ବେଳେ ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।