ପୁରୀ ଶରଧାବାଲିରେ ଠେଲାପେଲା ଘଟଣାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୯/୦୬: ପୁରୀ ଶରଧାବାଲିରେ ଠେଲାପେଲା ଘଟଣାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି । ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି । ଆହତ ଭକ୍ତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ୭୮ ବର୍ଷୀୟ ବ୍ୟକ୍ତି ରହିଛନ୍ତି। ଅନ୍ୟ ମୃତକ ଜଣକ ୫୨ ବର୍ଷୀୟା ଜଣେ ମହିଳା । ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିର ପାଖରେ ଠେଲାପେଲା ଘଟିଛି । ପହଡ଼ ଖୋଲିବା ପରେ ଦର୍ଶନ ପାଇଁ ଭିଡ଼ ଲାଗିଥିଲା ।ଭକ୍ତମାନେ ଗୋଟିଏ ରଥ ପାଖରୁ ଅନ୍ୟ ରଥପାଖକୁ ଯିବା ଆସିବା ଆରମ୍ଭ କରିଥିଲେ । ହେଲେ ଏହି ସମୟରେ ଚାରମାଳ କାଠ ଭର୍ତ୍ତି ଏକ ଟ୍ରକ୍ ଭିଡ଼ ଭିତରେ ପଶିଥିଲା, ଆଉ ଚାରମାଳ ରଖିଯାଇଥିଲା । ଏହାକୁ ସ୍ଥିତିକୁ ଅଧିକ ଅସମ୍ଭାଳ କରିଦେଇଥିଲା । ଠେଲାପେଲାରେ କିଛି ଭକ୍ତ ତଳେ ପଡ଼ିଯାଇଥିଲେ ।