ଶରଧା ବାଲିରେ ତିନି ଜଣ ଭକ୍ତଙ୍କ ମୃତ୍ୟୁ ଘଟଣା, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି

ଭୁବନେଶ୍ୱର,୨୯/୦୬: ଶରଧା ବାଲିରେ ତିନି ଜଣ ଭକ୍ତଙ୍କ ମୃତ୍ୟୁ ଘଟଣା। ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ଶରଧାବାଲିରେ ଦଳାଚକାଟରେ ମୃତ୍ୟୁ ଘଟଣା ପରେ ଆକ୍ସନ ମୋଡ୍‌ରେ ସରକାର । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ  ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆ ଯାଇଛି।ଏହା ସହିତ DCP  ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।