ପାକିସ୍ତାନୀ ମିଡିଆ ଏବଂ ସୋସିଆଲ ମିଡିଆ ଉପରୁ ହଟିଲା ପ୍ରତିବନ୍ଧକ!

ନୂଆଦିଲ୍ଲୀ,୨/୦୭: ପାକିସ୍ତାନୀ ମିଡିଆ ଏବଂ ସୋସିଆଲ ମିଡିଆ ଉପରୁ ହଟିଲା ପ୍ରତିବନ୍ଧକ । ପାକିସ୍ତାନର ବଡ ବଡ ସେଲିବ୍ରିଟି ଏବଂ ଖେଳାଳୀଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଉପରୁ ହଟିଛି ପ୍ରତିବନ୍ଧକ ।ଯଦିଓ ସରକାରୀ ସ୍ତରରେ ଏହାକୁ ନେଇ କୌଣସି ଘୋଷଣା କରାଯାଇନି ମାତ୍ର ବିଭିନ୍ନ ପାକିସ୍ତାନୀ ଟିଭି ଚ୍ୟାନେଲ ଏବଂ ସୋସିଆଲ ମିଡିଆ ଭାରତରେ ଦେଖିବାକୁ ମିଳୁଛି । ପହଲଗାମ୍ ହମଲା ପରେ ଅପରେସନ ସିନ୍ଦୂର ସମୟରେ ଏହି ପ୍ରତିବନ୍ଧକ ଲଗାଇଥିଲା ଭାରତ । ଅପରେସନ ସିନ୍ଦୂର ବେଳେ ଅପପ୍ରଚାର ଏବଂ ଦଙ୍ଗା ସୃଷ୍ଟିକାରୀ କଣ୍ଟେଣ୍ଟ ପକାଉଥିବାରୁ ପାକିସ୍ତାନୀ ମିଡିଆ ଏବଂ ସୋସିଆଲ ମିଡିଆ ସହ ସେଲିବ୍ରିଟିଙ୍କ ଆକାଉଣ୍ଟକୁ ବନ୍ଦ କରାଯାଇଥିଲା ।