ଭୁବନେଶ୍ୱର,୧୮/୦୭: ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ଆସନ୍ତାକାଲି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର ।
ଜୁଲାଇ ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଜୁଲାଇ ୨୧ ତାରିଖ ପାଇଁ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ ଗଞ୍ଜାମ ।