ଆଇଏଏସ୍‌ସ୍ତରରେ ବଡ଼ଧରଣର ଅଦଳବଦଳ, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କିଏ ?

ଭୁବନେଶ୍ଵର,୨୩/୦୭: ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ସରକାର ୪୯ ଜଣ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାର ପୁରୀ ଜିଲ୍ଲାପାଳ ଚଞ୍ଚଲ ରାଣାଙ୍କୁ ଭୁବନେଶ୍ବର ମହାନଗର ନଗମ (ବିଏମ୍‌ସି)ରେ କମିସନର ପଦବିରେ ନିଯୁକ୍ତି ଦେଇଛନ୍ତି। ବରିଷ୍ଠ ଆଇଏଏସ୍‌ ଅଧିକାରୀ ରୁପା ରୋଶନ ସାହୁଙ୍କ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତି ମିଳି ଥିବା ବେଳେ ସଚିନ ରାମଚନ୍ଦ୍ର ଯାଦବଙ୍କ ହାତରେ କ୍ରୀଡ଼ା ଓ ଯୁବ ସେବା ବିଭାଗ ଦାୟିତ୍ବ ଦିଆଯାଇଛି। ଭୁପେନ୍ଦ୍ର ସିଂ ପୁନିଆ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ, ଗୁହା ପୁନମ ତାପସ କୁମାରଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି, ସଞ୍ଜୀବ କୁମାର ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ, ହେମନ୍ତ ଶର୍ମାଙ୍କୁ ଲୋକସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, କ୍ରୀଡ଼ା ଓ ଯୁବ ସେବା ବ୍ୟାପାର ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ, ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଦକ୍ଷିଣାଞ୍ଚଳ ଆରଡିସି, ବିଜୟ କୁମାର ଦାସ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି ।

ଚଞ୍ଚଲ ରାଣାଙ୍କ ସ୍ଥାନରେ ରାଜ୍ୟ ସରକାର ୨୦୧୬ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ପୁରୀ ଜିଲ୍ଲାପାଳ ଭାବେ ବଦଳି କରିଛନ୍ତି। ସେ ଏବେ ଗଞ୍ଜାମ ଜିଲ୍ଲାପାଳ ଅଛନ୍ତି।
ରାଜ୍ୟ ସରକାର କିଛି ଜିଲ୍ଲାରେ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି। ଏହି କ୍ରମରେ ସୋମେଶ କୁମାର ଉପାଧ୍ୟାୟଙ୍କୁ ମାଲକାନଗିରି ଓ ଶୁଭଙ୍କର ମହାପାତ୍ରଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ, ଆଶିଷ ଈଶ୍ବର ପାଟିଲ୍‌ଙ୍କୁ ଢେଙ୍କାନାଳ, କୀର୍ତ୍ତି ଭାସନଙ୍କୁ ଗଞ୍ଜାମ, ମନୋଜ ସତ୍ୟବାନ ମହାଜନଙ୍କୁ କୋରାପୁଟ୍, ବେଦଭୂଷଣଙ୍କୁ କନ୍ଧମାଳ, ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା, କୁଲକର୍ଣ୍ଣି ଆଶୁତୋଷ ସିଂହଙ୍କୁ ରାୟଗଡ଼ା, ମଧୁସ୍ମିତାଙ୍କୁ ଗଜପତି, ଚୌହାନ କୁନାଲ୍ ମୋତିରାମଙ୍କୁ ଝାରସୁଗୁଡ଼ା ଓ ବିଭୂତି ଭୂଷଣ ନାୟକଙ୍କୁ ବୌଦ୍ଧ ଓ ନୃପରାଜ ସାହୁଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।