ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର,୩୦/୦୭: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତିକାନ୍ତି ହେତୁ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।