ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪/୦୮: ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାଷୀଙ୍କୁ ଆଶ୍ଵାସନା ଦେଲେ ମୁଖ୍ୟମନ୍ତ୍ରୀ। ଗୋଟେ ବି ଚାଷୀ ପଞ୍ଜୀକରଣରୁ ବଞ୍ଚିତ ହେବେନି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଖରିଫ ଋତୁ ଧାନ ସଂଗ୍ରହ ନିମନ୍ତେ ଜାରି ପ୍ରକ୍ରିୟାର ଅବଧିକୁ ବୃଦ୍ଧି କରାଯାଇଛି । ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଚାଷୀମାନଙ୍କ ସ୍ବାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ସରକାର । ଏପର୍ଯ୍ୟନ୍ତ ୧୦ ଲକ୍ଷ ୯୩ ହଜାର ୨୨୦ ଜଣ ଚାଷୀ ପଞ୍ଜୀକରଣ କରିଥିବା ବେଳେ ଆଗକୁ ଏହା ଆହୁରି ବୃଦ୍ଧି ହେବ । ଏଥିସହ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳିକରଣ କରାଯାଇଥିବା କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।