ପ୍ରବଳ ବର୍ଷା ନେଇ ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୧୬/୦୮: ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଗଞ୍ଜାମ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ଅଗଷ୍ଟ ୧୭ ତାରିଖ ପାଇଁ ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।