ଭୁବନେଶ୍ୱର,୨୦/୦୮: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଗଜପତି, ମାଲକାନଗିରି, ସୁନ୍ଦରଗଡ଼ ଓ ଅନୁଗୁଳ । ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅଗଷ୍ଟ ୨୨ ତାରିଖ ପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ବର, ବରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।