ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବୁଲନ୍ଦସହର ଜିଲ୍ଲା ଆର୍ନିଆ ଥାନା ଅଞ୍ଚଳରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଛି। ୩୪ ନମ୍ବର ଜାତୀୟ ରାଜପଥର ଘାଟଲ ଗ୍ରାମ ନିକଟରେ ଶ୍ରଦ୍ଧାଳୁମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଦ୍ରୁତଗାମୀ କଣ୍ଟେନର ପଛରୁ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୮ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୫୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି।