ଭୁବନେଶ୍ୱର,୨୭/୦୬: ଚାଷୀଙ୍କ ଆକାଉଣ୍ଟ ଆସିଲା ଟଙ୍କା । ନୂଆଁଖାଇ ପୂର୍ବରୁ ସିଏମ୍ କିଷାନ୍ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ଭେଟି ଦେଇଛନ୍ତି ସରକାର । ଉପକୃତ ହେବେ ୫୧ ଲକ୍ଷ କ୍ଷୁଦ୍ର, ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାର । ମୋଟ ୧ ହଜାର ୪୧ କୋଟି ଟଙ୍କାର ସହାୟତା ରାଶି ଦିଆଯିବ। ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ଯିବ। ୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ଏହା ବିଶେଷ ସହାୟକ ହେବ ବୋଲି କୁହାଯାଇଛି। ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ କରିଛନ୍ତି ।