ନୂଆଦିଲ୍ଲୀ,୧/୦୯: ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ସୀମା ନିକଟ ପୂର୍ବ ଆଫଗାନିସ୍ତାନରେ ୬.୦ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ନଙ୍ଗରହାର ପ୍ରଦେଶର ଜଲାଲାବାଦ ନିକଟରେ ଥିଲା ଏବଂ ଏହାର ଗଭୀରତା ୮ କିଲୋମିଟର ଥିଲା । ତେବେ ଏହି ଭୂମିକମ୍ପ କାରଣରୁ ନଙ୍ଗରହାରରେ ୨୫୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୫୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଅନେକ ଅଞ୍ଚଳରେ ମଧ୍ୟ ପ୍ରବଳ କ୍ଷୟକ୍ଷତି ହୋଇଛି । ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ଏହାର ଝଟକା ଭାରତର ଅନେକ ସ୍ଥାନରେ, ବିଶେଷକରି ଦିଲ୍ଲୀ-ଏନସିଆରରେ ଅନୁଭୂତ ହୋଇଥିଲା । ଏହା ବ୍ୟତୀତ ପାକିସ୍ତାନରେ ମଧ୍ୟ ଭୂମିକମ୍ପର ଝଟକା ଅନୁଭୂତ ହୋଇଥିଲା । ପ୍ରାୟ ୨୦ ମିନିଟ୍ ପରେ, ସେଠାରେ ଦ୍ୱିତୀୟଥର ପାଇଁ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ୪.୫ ଏବଂ ଗଭୀରତା ୧୦କିଲୋମିଟର ଥିଲା ।