ଭୁବନେଶ୍ୱର,୨/୦୯: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା – ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଏବଂ ଦେଓଗଡ଼ । ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ସେପଟେ ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଟୁଇନ୍ ସିଟିରେ ବି ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ପାଇଁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ସେହିପରି ଲଗାଣ ବର୍ଷାରେ ବାଲେଶ୍ବରରେ ରାତିରୁ ପ୍ରବଳ ବର୍ଷା ଜାରି ରହିଛି । ଫଳରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି ।