ରାଜ୍ୟର ୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୨/୦୯: ରାଜ୍ୟର ୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୮ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କଟକ, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନୟାଗଡ଼ ଓ ସମ୍ବଲପୁର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ସେପ୍ଟେମ୍ବର ଆସନ୍ତା କାଲି ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।