ଭୁବନେଶ୍ୱର,୧୮/୦୯: ଓଡିଶା ସରକାରଙ୍କ ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ଏନେଇ କଂଗ୍ରେସର ବିଧାୟକମାନେ ଚିଠି ଦେବା ସହିତ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଛନ୍ତି । ତେବେ ଏହି ଅନାସ୍ଥା ପ୍ରସ୍ତାବ ନେଇ ୧୫ ବିଧାୟକଙ୍କ ସମର୍ଥନ ଥିବା ନେଇ କଂଗ୍ରେସ ନେତା ଦାବି କରିଛନ୍ତି । ଅନ୍ୟପଟେ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନି । ଏ ସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏ ନେଇ ବିଜେଡି ସହ ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ତେବେ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି ।