ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଏହି ୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ !

ଭୁବନେଶ୍ୱର,୨୦/୦୯: ରାଜ୍ୟର ୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କେନ୍ଦୁଝର, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, ଦେବଗଡ଼, ଓ ନବରଙ୍ଗପୁର । ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ସେପ୍ଟେମ୍ବର ୨୧ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପ୍ଟେମ୍ବର ୨୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।