ଆସନ୍ତାକାଲି ଶ୍ରୀମନ୍ଦିରରେ ଦିନ ୧୦ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ, ଜାଣନ୍ତୁ କାହିଁକି ?

ଭୁବନେଶ୍ୱର,୨୨/୦୯: ଆସନ୍ତାକାଲି ଶ୍ରୀମନ୍ଦିରରେ ଦିନ ୧୦ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ରତ୍ନଭଣ୍ଡାର ସ୍ଥାନାନ୍ତର ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଆସନ୍ତାକାଲି ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ, ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ ।ଏଥିପାଇଁ ମଙ୍ଗଳବାର ଦିନ ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗ ମୋହନ ଶୋଧ କରାଯିବ । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ । ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ ।