ଭୁବନେଶ୍ୱର,୨୪/୦୯: ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ । ୧୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ୱର ୮ ଓ ଡାହାଣ ପାର୍ଶ୍ଵର ୪ଟି ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳସ୍ତର ୬୨୯.୯୭ ଫୁଟ ରହିଛି । ୨ ଲକ୍ଷ ୫ ହଜାର ୪୨୬ କ୍ୟୁସେକ ଜଳ ଡ୍ୟାମକୁ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଂଚଳରେ ପାଣି ଜମିଛି । ହୀରାକୁଦର ୧୨ଟି ଗେଟ୍ ଖୋଲାଥିବାରୁ ନଦୀ ମଧ୍ୟ ଫୁଲିବାରେ ଲାଗିଛି । ସୂଚନାଯୋଗ୍ୟ ଯେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି।