ତାମିଲନାଡୁ କରୁରରେ ହୋଇଥିବା ଦଳଚକଟାରେ ମୃତ୍ୟସଂଖ୍ୟା ୩୯କୁ ବୃଦ୍ଧି

ନୂଆଦିଲ୍ଲୀ,୨୮/୦୯: ତାମିଲନାଡୁ କରୁରରେ ହୋଇଥିବା ଦଳଚକଟାରେ ମୃତ୍ୟସଂଖ୍ୟା ୩୯କୁ ବୃଦ୍ଧି ପାଇଛି । ଟିଭିକେ ନେତା ତଥା ତାମିଲ ସୁପରଷ୍ଟାର ବିଜୟ ଥାଲାପତିଙ୍କ ରାଲିରେ ଏହି ଦଳାଚକଟା ହୋଇଛି  । ୩୯ ଜଣ ମୃତକଙ୍କ ମଧ୍ୟରେ ୧୦ ଛୋଟ ପିଲା, ୧୬ ମହିଳା ଅଛନ୍ତି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ତାମିଲନାଡୁ ସରକାର ନିର୍ଦ୍ଦେଶ ଦେଇଛି । ଆଜି କରୁର ଗସ୍ତ କରିବେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ବିଜୟଙ୍କ ସଭାରେ ଆବଶ୍ୟକ ଠାରୁ ଅଧିକ ସଂଖ୍ୟକ ଲୋକ ଭିଡ଼ ହେବାରୁ ଏଭଳି ଅଘଟଣ ହୋଇଛି । ବିଜୟଙ୍କ ରାଲିରେ ୧୦ ହଜାର ଲୋକଙ୍କ ପାଇଁ ଅନୁମତି ମିଳିଥିଲା । ହେଲେ ପ୍ରାୟ ୫୦ ହଜାର ଲୋକ ଯୋଗ ଦେଇଥିଲେ । ରାଲି ପାଇଁ ଲୋକମାନେ ଅପେକ୍ଷା କରିଥିବା ବେଳେ ବିଜୟ ପହଞ୍ଚିବାରେ ବିଳମ୍ବ ହୋଇଥିଲା । ସଭାସ୍ଥଳରେ ପ୍ରାୟ ୬ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ ବିଜୟ । ସଭାସ୍ଥଳରେ ଭାଷଣ ଦେଉଥିବା ବେଳେ ହୋଇଥିଲା ଦଳାଚକଟା ।