ଭୁବନେଶ୍ୱର,୨୯/୦୯: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କଟକ ଏବଂ କଟକ ସହର, ଅନୁଗୁଳ, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ପୁରୀ, ଜଗତସିଂହପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା ଏବଂ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ିର ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ିର ସମ୍ଭାବନା ରହିଛି ।