ଭୁବନେଶ୍ୱର,୧/୧୦: ରାଜ୍ୟର ୫ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସମ୍ଭାବନା ରହିଛି । ସେହିପରି ଅକ୍ଟୋବର ୨ ତାରିଖ ପାଇଁ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଅକ୍ଟୋବର ୩ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।