ଭୁବନେଶ୍ୱର,୦୫/୧୦: ରାଜ୍ୟର ୨୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେପଟେ ଆସନ୍ତାକାଲି ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି ହୋଇଥିବାବେଳେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।