ରାଜସ୍ଥାନର ଏକ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ୬ ରୋଗୀ ମୃତ

ନୂଆଦିଲ୍ଲୀ, ୦୬/୧୦: ରାଜସ୍ଥାନ ଜୟପୁର ସ୍ଥିତ ସୱାଇ ମାନ ସିଂହ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି  ୬ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହାସହ ଛଅ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ରହିଛି। ରବିବାର ବିଳମ୍ବିତ ରାତିରେ ହସ୍ପିଟାଲର ଟ୍ରମା ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା ।  ନିଆଁ ଦ୍ୱିତୀୟ ମହଲାର ଆଇସିୟୁ ୱାର୍ଡକୁ ଶୀଘ୍ର ବ୍ୟାପି ଯାଇଥିଲା , ଯାହା ଫଳରେ ସମଗ୍ର ହସ୍ପିଟାଲ କ୍ୟାମ୍ପସରେ ଆତଙ୍କ ଖେଳିଯାଇଥିଲା ।  ଘଟଣା ସମୟରେ ଆଇସିୟୁରେ ୨୪ଜଣ ରୋଗୀ ରହିଥିଲେ । ଏହି  ଘଟଣା ପରେ ହସ୍ପିଟାଲ ପରିସରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଯାଞ୍ଚ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଭଜନଲାଲ୍ ଶର୍ମା ମେଡ଼ିକାଲରେ ପହଁଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।