ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୦୬/୧୦: ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ ଢେଙ୍କାନାଳ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି । ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅକ୍ଟୋବର ୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ।