ଭୁବନେଶ୍ୱର,୧୨/୧୦: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଏହି ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ଦୁର୍ଗାପୁର ପୁଲିସ । ଫେରାର୍ ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ପୁଲିସ ଖୋଜାଖୋଜି କରୁଛି । ସେପଟେ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମବେଦନା ଜଣାଇବା ସହିତ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅପରାଧୀଙ୍କୁ କଠୋର ଦଣ୍ଡ ଦେବାପାଇଁ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଛନ୍ତି । ବାଲେଶ୍ଵର ଏସ.ପି ଦୁର୍ଗାପୁର ପୁଲିସ ସହିତ ଯୋଗାଯୋଗରେ ରହି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି । ସେପଟେ ଝିଅକୁ ଓଡ଼ଶା ଫେରାଇ ଆଣିବାକୁ କୋହଭରା ନିବେଦନ କରିଛନ୍ତି ପୀଡ଼ିତାଙ୍କ ବାପା ।