ନୂଆଦିଲ୍ଲୀ,୧୬/୧୦: ଗୁଜରାଟରେ ହଠାତ୍ ସବୁ ମନ୍ତ୍ରୀ ଦେଲେ ଇସ୍ତଫା । ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ କ୍ୟାବିନେଟର ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ସମସ୍ତେ ଦେଲେ ଇସ୍ତଫା । କାଲି ଗୁଜରାଟରେ ମନ୍ତ୍ରିମଣ୍ଡଳର ହେବ ସମ୍ପ୍ରସାରଣ , ଦିନ ୧୧ଟାରେ ମନ୍ତ୍ରୀମାନେ ନେବ ଶପଥ । ସୂଚନା ଅନୁସାରେ , କେନ୍ଦ୍ରୀୟ ନେତୃତ୍ୱଙ୍କ ନିର୍ଦ୍ଦେଶରେ ଏହି ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତାମାନେ ମନ୍ତ୍ରୀମାନଙ୍କୁ ଏହି ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଥିଲେ । ଏହା ପରେ, ସମସ୍ତ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଇସ୍ତଫାପତ୍ର ଦାଖଲ କରିଥିଲେ । ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଆଜି ରାତିରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ମନ୍ତ୍ରୀ ପରିଷଦର ଇସ୍ତଫାପତ୍ର ଦାଖଲ କରିବେ ।