ନୂଆପଡା ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର,୧୭/୧୦: ନୂଆପଡ଼ା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ସୁପ୍ରିମୋ ନବୀନ ପଟ୍ଟନାୟକ ।  ଏଥିପାଇଁ ଏକ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ଏହି ଷ୍ଟାର ପ୍ରଚାରକ ତାଲିକାରେ ୧୬ ଜଣ ବିଧାୟକ ରହିଥିବାବେଳେ, ବରିଷ୍ଠ ବିଜେଡି ନେତୀ ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ପ୍ରଣବ ପ୍ରକାଶ ଦାସ ପ୍ରମୁଖ ମଧ୍ୟ ରହିଛନ୍ତି । ନୂଆପଡ଼ା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ଲିଷ୍ଟରେ ସବୁଠୁ ଉପରେ ରହିଛନ୍ତି ନବୀନ ପଟ୍ଟନାୟକ । ନବୀନ ନିଜେ ନୂଆପଡ଼ା ଯାଇ ପ୍ରଚାର କରିବେ ବୋଲି ଜଣାପଡ଼ିଛି ।