ଭୁବନେଶ୍ୱର,୨୩/୧୦: ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର । ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ । ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ । ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍ଲାଇନ୍ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି ।
ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ସ୍ତରୀୟ ଷ୍ଟିୟରିଂ କମିଟିରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ମାଧ୍ୟମିକ, ପ୍ରାଥମିକ, ଏସ୍ଟି ଆଣ୍ଡ ଏସ୍ସି ଉନ୍ନୟନ ବିଭାଗ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି, ଟେକ୍ସଟ୍ବୁକ୍ ପ୍ରଡକ୍ସନ୍ ଆଣ୍ଡ ମାର୍କେଟିଂ ନିର୍ଦ୍ଦେଶକ, ଆରଆଇଇ ଭୁବନେଶ୍ବରର ଅଧ୍ୟକ୍ଷ ଏହି କମିଟିର ସଦସ୍ୟ ରହିଛନ୍ତି । ଟିଇ ଆଣ୍ଡ୍ ଏସ୍ସିଇଆରଟି ନିର୍ଦ୍ଦେଶକ ସଦସ୍ୟ ଆବାହକ ଭାବେ ସ୍ଥାନ ପାଇଛନ୍ତି ।
ଜିଲ୍ଲାସ୍ତରୀୟ ମନିଟରିଂ କମିଟି ମାର୍ଗଦର୍ଶନରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ(ଡିଇଓ) ଓ ଡିଆଇଇଟି ସେମାନଙ୍କ ଜିଲ୍ଲା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ । ପ୍ରଶ୍ନପତ୍ରଗୁଡ଼ିକ ଟିଇ ଆଣ୍ଡ୍ ଏସ୍ସିଇଆରଟି ଦ୍ୱାରା ପ୍ରଦାନ କରାଯାଇଥିବା ମୂଲ୍ୟାଙ୍କନ ଢାଞ୍ଚା ଓ ନମୁନା ପ୍ରଶ୍ନ ଉପରେ ଆଧାରିତ ହେବ ।