କଳାମଣ୍ଡଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ୨୦୨୬ ମେ ମାସ ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୪/୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଭୁବନେଶ୍ୱରର ସୈନିକ ସ୍କୁଲ ନିକଟରେ ୯.୮୫ ଏକର ଜମି ଉପରେ ୧୭୩ କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ସର୍ବବୃହତ ଏହି ପ୍ରେକ୍ଷାଳୟ ଇଡ୍‌କୋ ପକ୍ଷରୁ ନିର୍ମାଣ କରାଯାଉଛି। ୨୦୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟ ସହିତ ୫୦୦ ସିଟ୍ ବିଶିଷ୍ଟ ଏକ ଓପନ୍ ଏୟାର ଥିଏଟର୍‌ ମଧ୍ୟ ଏହି ପରିସର ମଧ୍ୟରେ ରହିବ। ମୁଖ୍ୟମନ୍ତ୍ରୀ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ୨୦୨୬ ମେ ମାସ ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ସଭାସମିତି ଆୟୋଜନ କରିବା ପାଇଁ ଏହି ପ୍ରେକ୍ଷାଳୟଟି ଅତ୍ୟନ୍ତ ଉପଯୋଗୀ ହେବ।