ଆଜି ରାତି ସୁଦ୍ଧା ବାତ୍ୟାର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ!

ଭୁବନେଶ୍ୱର,୨୬/୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ରାତି ସୁଦ୍ଧା ଆହୁରି ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ । ୨୮ ସଂଧ୍ୟା ଓ ରାତି ମଧ୍ୟରେ ଆନ୍ଧ୍ର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଧ୍ୟରେ କାକିନାଡା ନିକଟରେ ଛୁଇଁବ ସ୍ଥଳଭାଗ । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ସକାଳୁ ମଙ୍ଗଳବାର ସକାଳ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।