ଲୋକସେବା ଭବନରେ ବନ୍ଦେ ମାତରମ୍‌ ଗାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୭/୧୧: ଆଜି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ‘ବନ୍ଦେ ମାତରମ୍‌’ ଗାନ କରିଛନ୍ତି । ତାଙ୍କ ସହିତ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ‘ବନ୍ଦେ ମାତରମ୍‌’ ଗାନ କରିଛନ୍ତି। ଏହାଛଡ଼ା ଲୋକସେବା ଭବନର କର୍ମଚାରୀମାନେ ମଧ୍ୟ ଏଥିରେ ସାମଲ ହୋଇଥିଲେ। ସେଠାରେ ଏକ ଦେଶାତ୍ମବୋଧକ ପରିବେଶ ସୃଷ୍ଟି ହୋଇଥିଲା ।ଏଣେ ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଥିଲା। ‘ବନ୍ଦେ ମାତରମ୍‌’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି ।