Baliyatra 2025: କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି

ଭୁବନେଶ୍ୱର,୧୨/୧୧: ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି । ଗୋଟିଏ ଦିନ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍‌ଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି ।