ଭୁବନେଶ୍ୱର,୧୫/୧୧: ଓଲିଉଡ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥାବସ୍ଥା ସଙ୍କଟାପନ୍ନ ।ଏବେ ଭେଣ୍ଟିଲେଟରରେ ଅଛନ୍ତି ହ୍ୟୁମାନ୍ ସାଗର । ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ । ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ସୁଧାର ଆସିନି । ଡାକ୍ତରଙ୍କ କହିବା ଅନୁଯାୟୀ, ତାଙ୍କୁ ୭୨ ଘଣ୍ଟା ଯାଏ ଅବଜରଭେସନରେ ରଖାଯାଇଛି । ତାଙ୍କର ଲିଭର୍ ଖରାପ ଥିବାବେଳେ କିଡ୍ନି ଗୁରୁତର ଭାବେ ପ୍ରଭାବିତ ହୋଇଛି । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି । ଲିଭର୍ ଓ କିଡ୍ନି ସହିତ ହ୍ୟୁମାନ୍ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ବାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି । ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଛି । ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍ରେ ବହୁ ରୋମାଣ୍ଟିକ୍ ଗୀତ ଭେଟି ଦେଇଥିବା ହ୍ୟୁମାନ୍ ସାଗର ଘରେ ଘରେ ପରିଚିତ ।