ସୁନ୍ଦରଗଡ ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୧୧: ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ପାଳିତ ହୋଇଯାଇଛି। ଏହି ଅବସରରେ  ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା ଠାରେ ସୁନ୍ଦରଗଡ ଜିଲ୍ଲା ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନରିବା ସହିତ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା ସହରର ହନୁମାନ ବାଟିକା ଛକରୁ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ଭଗବାନ ବିର୍ସା ମୁଣ୍ଡା ରାସ୍ତା ଭାବେ ନାମିତ କରିଛନ୍ତି ।