ଭୁବନେଶ୍ୱର,୧୭/୧୧: ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍ଙ୍କ ଦେହାନ୍ତ ହୋଇଛି ।
ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍ରେ ବହୁ ରୋମାଣ୍ଟିକ୍ ଗୀତ ଭେଟି ଦେଇଥିବା ହ୍ୟୁମାନ୍ ସାଗର ଘରେ ଘରେ ପରିଚିତ । ରାଜ୍ୟ ସରକାରଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଥିଲେ ତାଙ୍କ ମାଆ ଓ ସ୍ତ୍ରୀ ।