ଭୁବନେଶ୍ୱର,୧୯/୧୧: ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ ପ୍ରକାଶ କରିଛନ୍ତି । ସୂର୍ଯ୍ୟ ମନ୍ଦିରର ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କଲେ ପୁରୀ ଏସପି। ଦିଲ୍ଲୀ ଠାରେ ଆତଙ୍କବାଦୀମାନଙ୍କ ବଡ଼ ଧରଣର କାର ବିସ୍ପୋରଣ ଘଟଣାକୁ ନଜରରେ ରଖି ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକମାନଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରେ ରଖି ବିଶ୍ୱଐତିହ୍ୟ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିବା ସହ ଟିକିନିଖି ବୁଲିଦେଖି ତଦାରଖ କରିଥିଲେ ।