ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୨୦/୧୧: ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ଯଦିଓ ବାତ୍ୟା ନେଇ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ, ତେବେ ଲଘୁଚାପ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଶୀତଦିନରେ ଲଘୁଚାପକୁ ନେଇ ସମସ୍ତେ ଛାନିଆ । ବଙ୍ଗୋପସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୨ ତାରିଖ ବେଳକୁ ଲଘୁଚାପ, ୨୪ରେ ଅବପାତ ଓ ପରବର୍ତ୍ତୀ ୩ ଦିନ ମଧ୍ୟରେ ଅଧିକ ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ।ବାତ୍ୟାର ସମ୍ଭାବ୍ୟ ଗତିପଥ ନେଇ କୌଣସି ସ୍ପଷ୍ଟତା ଏବେ ସୁଦ୍ଧା ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ ।ଏହାର ପ୍ରଭାବରେ ୩-୪ଦିନ ପ୍ରବଳ ବର୍ଷା ହୋଇପାରେ । ବାତ୍ୟାର ପ୍ରଭାବ ଆନ୍ଧ୍ର ଓ ତାମିଲନାଡ଼ୁ ଉପରେ ପଡ଼ିବା ସମ୍ଭାବନା ଅଧିକ ।