ଭୁବନେଶ୍ୱର,୧୫/୧୨: ଦଳ ବିରୋଧୀ ବୟାନ ପରେ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି ଦଳର ବରିଷ୍ଠ ନେତା ମହମ୍ମଦ ମୋକିମ୍ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମୋକିମଙ୍କୁ ବହିସ୍କୃତ ନେଇ ଏଆଇସିସିକୁ ଚିଠି ଲେଖାଯାଇଥିଲା । ଏଥିରେ ଏଆଇସିସି ମୋହର ମାରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ଓପିସିସି ପକ୍ଷରୁ ସୂଚନା ଦିଆଯାଇଛି । ମହମ୍ମଦ ମୋକିମଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ କରିଥିଲେ । କଂଗ୍ରେସର ପରିଚାଳନା ନେଇ ଅସନ୍ତୋଷ ପ୍ରକାଶ କରି ଦଳର ନେତ୍ରୀ ସୋନିଆ ଗାନ୍ଧୀଙ୍କ ନିକଟକୁ ଚିଠି ଲେଖିଥିଲେ ମୋକିମ୍ ।