ଭୁବନେଶ୍ୱର,୨୪/୧୨: ଶ୍ରୀହରିକୋଟାରୁ ଲଞ୍ଚ ହେଲା କମ୍ୟୁନିକେସନ ସାଟେଲାଇଟ୍ । ଏହା ସବୁଠାରୁ ଓଜନିଆ ଉପଗ୍ରହ । ଏହାକୁ ଲଞ୍ଚ କଲା ଇସ୍ରୋ । ସିଧାସଳଖ ମହାକାଶରୁ ମୋବାଇଲ ଇଣ୍ଟରନେଟ୍ ସେବା ପାଇଁ ଫିଟିବ ବାଟ । ଯୋଗାଯୋଗ କ୍ଷେତ୍ରରେ ହେବ ବୈପ୍ଳବିକ ପରିବର୍ତ୍ତନ । ୬.୧ ଟନ୍ ଓଜନର ଏହି ବିଶାଳ ସାଟେଲାଇଟକୁ କକ୍ଷପଥରେ ଅବସ୍ଥାପିତ କରିବ ଇସ୍ରୋର ବାହୁବଳୀ ରକେଟ୍ ଏଲଭିଏମ୍-୩ । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ ଏହା ଉତକ୍ଷେପଣ ହୋଇଛି ।ଟେକ୍ସାସ୍ ସ୍ଥିତ କଂପାନୀ ଏଏସଟି ସ୍ପେଶ୍ ମୋବାଇଲ ପକ୍ଷରୁ ଏହି ସାଟେଲାଇଟକୁ ପଠାଯାଉଛି । ଦୁର୍ବଳ ଇଣ୍ଟରନେଟ୍ ସେବା ମିଳୁଥିବା ସ୍ଥାନକୁ ଉନ୍ନତ ମୋବାଇଲ ବ୍ରଡବ୍ୟାଣ୍ଡ୍ ଯୋଗାଇବା ଲକ୍ଷ୍ୟରେ ତିଆରି କରାଯାଇଛି ।